ଯିରିମୀୟ 31

ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।

Jeremiah 31:20 (UKJV) Is Ephraim my dear son? is he a pleasant child? for since I spoke against him, I do earnestly remember him still: therefore my bowels are troubled for him; I will surely have mercy upon him, says the LORD.

18ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।

19ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’

20ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।

21ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥ ଚିହ୍ନ ରଖ ଓ ପଥପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର; ତୁମ୍ଭେ ଯେଉଁ ପଥରେ ଗମନ କରିଥିଲ, ସେହି ରାଜପଥରେ ମନୋନିବେଶ କର; ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ଏହିସବୁ ନଗରକୁ ଫେରି ଆସ।

22ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.