25କାରଣ ଆମ୍ଭେ କ୍ଳାନ୍ତ ପ୍ରାଣକୁ ପରିତୃପ୍ତ କରିଅଛୁ, ପ୍ରତ୍ୟେକ ଦୁଃଖିତ ପ୍ରାଣକୁ ପରିପୂର୍ଣ୍ଣ କରିଅଛୁ।”
26ଏଥିରେ ମୁଁ ଜାଗ୍ରତ ହୋଇ ଦେଖିଲି ଓ ମୋର ନିଦ୍ରା ମୋʼ ପ୍ରତି ସୁଖଦାୟକ ଥିଲା।
27ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଅଛି।
28ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା, ଏହା ସଦାପ୍ରଭୁ କହନ୍ତି।
29‘ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,’ ଏପରି କଥା ସେସମୟରେ ଆଉ କୁହାଯିବ ନାହିଁ।