27ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଅଛି।
28ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା, ଏହା ସଦାପ୍ରଭୁ କହନ୍ତି।
29‘ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,’ ଏପରି କଥା ସେସମୟରେ ଆଉ କୁହାଯିବ ନାହିଁ।
30ମାତ୍ର ପ୍ରତ୍ୟେକ ଲୋକ ନିଜ ଅଧର୍ମ ସକାଶୁ ମରିବ, ଆଉ ଯେଉଁ ଜନ ଅମ୍ଳ ଦ୍ରାକ୍ଷାଫଳ ଖାଏ, ତାହାରି ଦାନ୍ତ ଖଟା ହେବ।
31ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;