ଯିରିମୀୟ 31

ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ।

Jeremiah 31:5 (UKJV) You shall yet plant vines upon the mountains of Samaria: the planters shall plant, and shall eat them as common things.

3“ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।

4ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।

5ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ।

6କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ‘ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ, ଏପରି ଦିନ ଆସିବ।’”

7କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.