ଯିରିମୀୟ 32

ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଦଶମ ବର୍ଷରେ, ଅର୍ଥାତ୍‍, ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

Jeremiah 32:1 (UKJV) The word that came to Jeremiah from the LORD in the tenth year of Zedekiah king of Judah, which was the eighteenth year of Nebuchadrezzar.

1ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଦଶମ ବର୍ଷରେ, ଅର୍ଥାତ୍‍, ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

2ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।

3ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଏହା କହୁଅଛ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.