20ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ।
21ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;
22ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;
23ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।
24ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।