ଯିରିମୀୟ 32

ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।’”

Jeremiah 32:25 (UKJV) And you have said unto me, O Lord GOD, Buy you the field for money, and take witnesses; for the city is given into the hand of the Chaldeans.

23ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।

24ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।

25ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।’”

26ତାହା ପରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

27“ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.