24ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।
25ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।’”
26ତାହା ପରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
27“ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି?
28ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ।