ଯିରିମୀୟ 32

କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି।

Jeremiah 32:30 (UKJV) For the children of Israel and the children of Judah have only done evil before me from their youth: for the children of Israel have only provoked me to anger with the work of their hands, says the LORD.

28ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ କଲ୍‍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ।

29ଆଉ, ଯେଉଁ କଲ୍‍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲେ, ସେହି ସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।

30କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି।

31କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି।

32କାରଣ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍‍, ସେମାନେ, ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍‍ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନା ପ୍ରକାର ଦୁଷ୍କ୍ରିୟା କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.