ଯିରିମୀୟ 32

ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍‍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍‍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।

Jeremiah 32:35 (UKJV) And they built the high places of Baal, which are in the valley of the son of Hinnom, to cause their sons and their daughters to pass through the fire unto Molech; which I commanded them not, neither came it into my mind, that they should do this abomination, to cause Judah to sin.

33ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି।

34ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି।

35ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍‍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍‍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।

36ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ‘ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ତାହା ବାବିଲର ରାଜାର ହସ୍ତରେ ଅର୍ପିତ ହୋଇଅଛି,’ ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;

37ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.