35ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
36ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ‘ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ତାହା ବାବିଲର ରାଜାର ହସ୍ତରେ ଅର୍ପିତ ହୋଇଅଛି,’ ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
37ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।
38ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;
39ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;