37ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।
38ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;
39ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
40ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
41ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।