ଯିରିମୀୟ 32

ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।

Jeremiah 32:41 (UKJV) Yea, I will rejoice over them to do them good, and I will plant them in this land assuredly with my whole heart and with my whole soul.

39ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;

40ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।

41ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।

42କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।

43ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.