ଯିରିମୀୟ 32

କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।

Jeremiah 32:42 (UKJV) For thus says the LORD; Like I have brought all this great evil upon this people, so will I bring upon them all the good that I have promised them.

40ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।

41ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।

42କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।

43ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।

44ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.