41ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।
42କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।
43ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।
44ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”