ଯିରିମୀୟ 32

ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;

Jeremiah 32:6 (UKJV) And Jeremiah said, The word of the LORD came unto me, saying,

4ଆଉ, ଯିହୁଦାର ରାଜା ସିଦିକୀୟ କଲ୍‍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ;

5ପୁଣି, ସେ ସିଦିକୀୟକୁ ବାବିଲକୁ ଘେନିଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍‍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”

6ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;

7ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍‍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ‘ଅନାଥୋତ୍‍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।’

8ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍‍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.