ଯିରିମୀୟ 32

ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍‍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି।

Jeremiah 32:9 (UKJV) And I bought the field of Hanameel my uncle's son, that was in Anathoth, and weighed him the money, even seventeen shekels of silver.

7ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍‍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ‘ଅନାଥୋତ୍‍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।’

8ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍‍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।

9ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍‍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି।

10ଆଉ, ମୁଁ କ୍ରୟପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକ୍ତିରେ ରୂପା ତୌଲି ତାହାକୁ ଦେଲି।

11ତହୁଁ ମୁଁ କ୍ରୟପତ୍ରର ଦୁଇ କିତା, ଅର୍ଥାତ୍‍, ବ୍ୟବସ୍ଥା ଓ ଧାରାନୁସାରେ ମୁଦ୍ରାଙ୍କିତ ଏକ କିତା ଓ ଖୋଲା ଏକ କିତା ନେଲି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.