ଯିରିମୀୟ 33

ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।

Jeremiah 33:12 (UKJV) Thus says the LORD of hosts; Again in this place, which is desolate without man and without beast, and in all the cities thereof, shall be an habitation of shepherds causing their flocks to lie down.

10ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,’ ବୋଲି କହୁଅଛ, ସେଠାରେ, ଅର୍ଥାତ୍‍, ଧ୍ୱଂସିତ, ନରଶୂନ୍ୟ, ନିବାସୀବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ

11ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।

12ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।

13ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।

14ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.