16ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,’ ଏହି ନାମରେ ସେ ବିଖ୍ୟାତ ହେବେ।
17କାରଣ ସଦାପ୍ରଭୁ ଏହି କଥା କହନ୍ତି: ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ,
18କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।”
19ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
20“ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;