19ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
20“ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;
21ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ହେବ ନାହିଁ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ମଧ୍ୟ ଭଗ୍ନ କରାଯାଇ ପାରିବ।
22ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।”
23ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,