24“ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।
25ସଦାପ୍ରଭୁ ଏହି କଥା କହନ୍ତି, ଯେବେ ଦିବସ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯଦି ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,
26ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”