ଯିରିମୀୟ 33

ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।

Jeremiah 33:3 (UKJV) Call unto me, and I will answer you, and show you great and mighty things, which you know not.

1ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

2“ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ସଦାପ୍ରଭୁ ତାହାଙ୍କର ନାମ;

3ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।

4କାରଣ ଏହି ନଗରର ଯେସକଳ ଗୃହ ଓ ଯିହୁଦାର ରାଜାଗଣର ଯେସକଳ ଗୃହ ବନ୍ଧ ଓ ଖଡ୍ଗ ବିରୁଦ୍ଧରେ ଆଶ୍ରୟ ସ୍ୱରୂପ ହେବା ନିମନ୍ତେ ଭଗ୍ନ ହୋଇଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;

5ଲୋକମାନେ କଲ୍‍ଦୀୟମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଆସନ୍ତି, ମାତ୍ର ଯେଉଁମାନଙ୍କୁ ଆମ୍ଭେ ଆପଣା କ୍ରୋଧରେ ଓ ପ୍ରଚଣ୍ଡ କୋପରେ ବଧ କରିଅଛୁ ଓ ଯେଉଁମାନଙ୍କ ସକଳ ଦୁଷ୍ଟତା ସକାଶୁ ଆମ୍ଭେ ଏହି ନଗରଠାରୁ ଆପଣା ମୁଖ ଲୁଚାଇଅଛୁ, ସେହି ଲୋକମାନଙ୍କ ଶବରେ ସେସବୁ ଗୃହ ପରିପୂର୍ଣ୍ଣ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.