4କାରଣ ଏହି ନଗରର ଯେସକଳ ଗୃହ ଓ ଯିହୁଦାର ରାଜାଗଣର ଯେସକଳ ଗୃହ ବନ୍ଧ ଓ ଖଡ୍ଗ ବିରୁଦ୍ଧରେ ଆଶ୍ରୟ ସ୍ୱରୂପ ହେବା ନିମନ୍ତେ ଭଗ୍ନ ହୋଇଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
5ଲୋକମାନେ କଲ୍ଦୀୟମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଆସନ୍ତି, ମାତ୍ର ଯେଉଁମାନଙ୍କୁ ଆମ୍ଭେ ଆପଣା କ୍ରୋଧରେ ଓ ପ୍ରଚଣ୍ଡ କୋପରେ ବଧ କରିଅଛୁ ଓ ଯେଉଁମାନଙ୍କ ସକଳ ଦୁଷ୍ଟତା ସକାଶୁ ଆମ୍ଭେ ଏହି ନଗରଠାରୁ ଆପଣା ମୁଖ ଲୁଚାଇଅଛୁ, ସେହି ଲୋକମାନଙ୍କ ଶବରେ ସେସବୁ ଗୃହ ପରିପୂର୍ଣ୍ଣ ହେବ।
6ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।
7ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।
8ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।