20ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।
21ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା।
22ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”