16ରେଖବର ପୁତ୍ର ଯିହୋନାଦବ୍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି।
17ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”
18ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷ ଯିହୋନାଦବ୍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ,
19ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।”