ଯିରିମୀୟ 35

ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍‍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।”

Jeremiah 35:19 (UKJV) Therefore thus says the LORD of hosts, the God of Israel; Jonadab the son of Rechab shall not lack a man to stand before me for ever.

17ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”

18ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷ ଯିହୋନାଦବ୍‍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ,

19ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍‍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.