1ଏଥିଉତ୍ତାରେ ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
2“ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ୱ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।
3ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।”