ଯିରିମୀୟ 36

ପୁଣି, ଶାଫନ୍‍ର ପୌତ୍ର ଗମରୀୟର ପୁତ୍ର ମୀଖାୟ ସେହି ନଳାକାର ପୁସ୍ତକରୁ ସଦାପ୍ରଭୁଙ୍କର ବାକ୍ୟସବୁ ଶୁଣନ୍ତେ,

Jeremiah 36:11 (UKJV) When Michaiah the son of Gemariah, the son of Shaphan, had heard out of the book all the words of the LORD,

9ଏଥିଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।

10ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନ ନିକଟରେ, ଶାଫନ୍‍ ଲେଖକର ପୁତ୍ର ଗମରୀୟର କୋଠରିରେ, ସେହି ନଳାକାର ପୁସ୍ତକରୁ ଯିରିମୀୟଙ୍କ କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।

11ପୁଣି, ଶାଫନ୍‍ର ପୌତ୍ର ଗମରୀୟର ପୁତ୍ର ମୀଖାୟ ସେହି ନଳାକାର ପୁସ୍ତକରୁ ସଦାପ୍ରଭୁଙ୍କର ବାକ୍ୟସବୁ ଶୁଣନ୍ତେ,

12ସେ ରାଜଗୃହକୁ ଓହ୍ଲାଇ ଲେଖକର କୋଠରିକୁ ଗଲା; ଆଉ ଦେଖ, ସେ ସ୍ଥାନରେ, ଅଧିପତି ସମସ୍ତେ, ଅର୍ଥାତ୍‍, ଇଲୀଶାମା ଲେଖକ, ଶମୟୀୟର ପୁତ୍ର ଦଲୟିୟ, ଅକ୍‍ବୋରର ପୁତ୍ର ଇଲ୍‍ନାଥନ୍‍, ଶାଫନ୍‍ର ପୁତ୍ର ଗମରୀୟ, ହନାନୀୟର ପୁତ୍ର ସିଦିକୀୟ ଓ ସମସ୍ତ ଅଧିପତି ଉପବିଷ୍ଟ ଥିଲେ।

13ତେବେ ବାରୂକ ଲୋକମାନଙ୍କ କର୍ଣ୍ଣଗୋଚରରେ ନଳାକାର ପୁସ୍ତକ ପାଠ କଲା ବେଳେ ମୀଖାୟ ଯାହା ଯାହା ଶୁଣିଥିଲା, ସେସବୁ କଥା ସେମାନଙ୍କୁ ଜଣାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.