16ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, “ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ।”
17ପୁଣି, ସେମାନେ ବାରୂକକୁ ପଚାରିଲେ, “କହିଲ, ତୁମ୍ଭେ କିପରି ତାହା ମୁଖରୁ ଏସବୁ କଥା ଶୁଣି ଲେଖିଲ?”
18ତହିଁରେ ବାରୂକ ସେମାନଙ୍କୁ ଉତ୍ତର କଲା, “ସେ ଆପଣା ମୁଖରେ ଏହିସବୁ କଥା ମୋʼ ନିକଟରେ ଉଚ୍ଚାରଣ କଲେ, ଆଉ ମୁଁ କାଳୀ ନେଇ ନଳାକାର ପୁସ୍ତକରେ ଲେଖିଲି।”
19ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।”
20ଏଥିଉତ୍ତାରେ ସେମାନେ ପ୍ରାଙ୍ଗଣରେ ରାଜା ନିକଟକୁ ଗଲେ; ମାତ୍ର ନଳାକାର ପୁସ୍ତକଟି ଇଲୀଶାମା ଲେଖକର କୋଠରିରେ ଛାଡ଼ି ଯାଇଥିଲେ; ଆଉ, ସେମାନେ ରାଜାର କର୍ଣ୍ଣଗୋଚରରେ ଏସବୁ କଥା ଜଣାଇଲେ।