21ତହୁଁ ରାଜା ନଳାକାର ପୁସ୍ତକ ଆଣିବା ପାଇଁ ଯିହୁଦୀକୁ ପଠାନ୍ତେ, ସେ ଇଲୀଶାମା ଲେଖକର କୋଠରିରୁ ତାହା ଆଣିଲା। ପୁଣି, ଯିହୁଦୀ ରାଜାଙ୍କ କର୍ଣ୍ଣଗୋଚରରେ ଓ ତାହାଙ୍କ ଛାମୁରେ ଠିଆ ହୋଇଥିବା ସମସ୍ତ ଅଧିପତିଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା।
22ଏହି ସମୟରେ, ଅର୍ଥାତ୍, ନବମ ମାସରେ ରାଜା ଶୀତକାଳ କ୍ଷେପଣର ଗୃହରେ ବସିଥିଲେ ଓ ତାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜ୍ୱଳୁଥିଲା।
23ଏଥିଉତ୍ତାରେ ଯିହୁଦୀ ନଳାକାର ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ନଳାକାର ପୁସ୍ତକ ଭସ୍ମସାତ୍ ହେଲା।
24ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହି ସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ।
25ଆହୁରି, ରାଜା ଯେପରି ନଳାକାର ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍ନାଥନ୍, ଦଲୟିୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।