ଯିରିମୀୟ 36

ଆହୁରି, ରାଜା ଯେପରି ନଳାକାର ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍‍ନାଥନ୍‍, ଦଲୟିୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।

Jeremiah 36:25 (UKJV) Nevertheless Elnathan and Delaiah and Gemariah had made intercession to the king that he would not burn the roll: but he would not hear them.

23ଏଥିଉତ୍ତାରେ ଯିହୁଦୀ ନଳାକାର ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ନଳାକାର ପୁସ୍ତକ ଭସ୍ମସାତ୍‍ ହେଲା।

24ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହି ସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ।

25ଆହୁରି, ରାଜା ଯେପରି ନଳାକାର ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍‍ନାଥନ୍‍, ଦଲୟିୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।

26ପୁଣି ରାଜା, ବାରୂକ ଲେଖକଙ୍କୁ ଓ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲକୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍‍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।

27ଯିରିମୀୟଙ୍କ ମୁଖରୁ ଶୁଣି ବାରୂକ ଯେସକଳ ବାକ୍ୟ ଲେଖିଥିଲା, ସେହି ସମସ୍ତ ନଳାକାର ପୁସ୍ତକ ରାଜା ଦଗ୍ଧ କଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.