ଯିରିମୀୟ 36

ଯିରିମୀୟଙ୍କ ମୁଖରୁ ଶୁଣି ବାରୂକ ଯେସକଳ ବାକ୍ୟ ଲେଖିଥିଲା, ସେହି ସମସ୍ତ ନଳାକାର ପୁସ୍ତକ ରାଜା ଦଗ୍ଧ କଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Jeremiah 36:27 (UKJV) Then the word of the LORD came to Jeremiah, after that the king had burned the roll, and the words which Baruch wrote at the mouth of Jeremiah, saying,

25ଆହୁରି, ରାଜା ଯେପରି ନଳାକାର ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍‍ନାଥନ୍‍, ଦଲୟିୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।

26ପୁଣି ରାଜା, ବାରୂକ ଲେଖକଙ୍କୁ ଓ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲକୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍‍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।

27ଯିରିମୀୟଙ୍କ ମୁଖରୁ ଶୁଣି ବାରୂକ ଯେସକଳ ବାକ୍ୟ ଲେଖିଥିଲା, ସେହି ସମସ୍ତ ନଳାକାର ପୁସ୍ତକ ରାଜା ଦଗ୍ଧ କଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

28“ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ନଳାକାର ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ।

29ପୁଣି, ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ତୁମ୍ଭେ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.