ଯିରିମୀୟ 36

ଏହେତୁ ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନ ବେଳେ ଖରାରେ ଓ ରାତ୍ରି ବେଳେ କାକରରେ ପକାଯିବ।

Jeremiah 36:30 (UKJV) Therefore thus says the LORD of Jehoiakim king of Judah; He shall have none to sit upon the throne of David: and his dead body shall be cast out in the day to the heat, and in the night to the frost.

28“ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ନଳାକାର ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ।

29ପୁଣି, ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ତୁମ୍ଭେ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।

30ଏହେତୁ ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନ ବେଳେ ଖରାରେ ଓ ରାତ୍ରି ବେଳେ କାକରରେ ପକାଯିବ।

31ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା; ମାତ୍ର ସେମାନେ ଶୁଣିଲେ ନାହିଁ।’”

32ତହୁଁ ଯିରିମୀୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକଙ୍କୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କ ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.