29ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।
30ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନ ବେଳେ ଖରାରେ ଓ ରାତ୍ରି ବେଳେ କାକରରେ ପକାଯିବ।
31ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା; ମାତ୍ର ସେମାନେ ଶୁଣିଲେ ନାହିଁ।’”
32ତହୁଁ ଯିରିମୀୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକଙ୍କୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ନଳାକାର ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କ ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା।