2“ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ୱ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।
3ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।”
4ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା।
5ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, “ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ;
6ଏଣୁ ତୁମ୍ଭେ ଯାଅ, ପୁଣି ମୋʼ ମୁଖରୁ ଶୁଣି ଯାହା ଯାହା ଏହି ନଳାକାର ପୁସ୍ତକରେ ଲେଖିଅଛ, ସଦାପ୍ରଭୁଙ୍କର ସେହି ସକଳ ବାକ୍ୟ ଉପବାସ ଦିନ ସଦାପ୍ରଭୁଙ୍କ ଗୃହରେ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କର; ମଧ୍ୟ ଆପଣା ଆପଣା ନଗରରୁ ଆଗତ ଯିହୁଦାର ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ତାହା ପାଠ କରିବ।