1ଏଥିଉତ୍ତାରେ ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।
2ମାତ୍ର ସେ, କିଅବା ତାହାର ଦାସମାନେ ଅବା ଦେଶସ୍ଥ ଲୋକମାନେ, ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
3ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇ କହିଲା, “ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।”