ଯିରିମୀୟ 37

ପୁଣି, ସେ ବିନ୍ୟାମୀନ୍ ନାମକ ନଗର-ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍‍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”

Jeremiah 37:13 (UKJV) And when he was in the gate of Benjamin, a captain of the ward was there, whose name was Irijah, the son of Shelemiah, the son of Hananiah; and he took Jeremiah the prophet, saying, You fall away to the Chaldeans.

11କଲ୍‍ଦୀୟମାନଙ୍କର ସୈନ୍ୟ ଯେଉଁ ସମୟରେ ଫାରୋର ସୈନ୍ୟ ଭୟରେ ଯିରୂଶାଲମରୁ ଚାଲି ଯାଇଥିଲେ, ସେସମୟରେ ଏପରି ଘଟିଥିଲା ଯେ,

12ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।

13ପୁଣି, ସେ ବିନ୍ୟାମୀନ୍ ନାମକ ନଗର-ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍‍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”

14ସେତେବେଳେ ଯିରିମୀୟ କହିଲେ, “ଏ ମିଥ୍ୟା କଥା; ମୁଁ କଲ୍‍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ;” ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା।

15ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.