12ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।
13ପୁଣି, ସେ ବିନ୍ୟାମୀନ୍ ନାମକ ନଗର-ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”
14ସେତେବେଳେ ଯିରିମୀୟ କହିଲେ, “ଏ ମିଥ୍ୟା କଥା; ମୁଁ କଲ୍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ;” ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା।
15ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ।
16ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରିରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ।