ଯିରିମୀୟ 37

ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?

Jeremiah 37:18 (UKJV) Moreover Jeremiah said unto king Zedekiah, What have I offended against you, or against your servants, or against this people, that all of you have put me in prison?

16ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରିରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ।

17ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ତହିଁରେ ଯିରିମୀୟ କହିଲେ, “ଆସିଅଛି। ସେ ଆହୁରି କହିଲେ, ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”

18ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?

19ଆପଣମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?

20ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.