19ଆପଣମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?
20ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ।”
21ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।