ଯିରିମୀୟ 37

ସେହି ସମୟରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ଗତାୟାତ କରୁଥିଲେ; କାରଣ ସେମାନେ ତାଙ୍କୁ କାରାଗାରରେ ବନ୍ଦୀ କରି ନ ଥିଲେ।

Jeremiah 37:4 (UKJV) Now Jeremiah came in and went out among the people: for they had not put him into prison.

2ମାତ୍ର ସେ, କିଅବା ତାହାର ଦାସମାନେ ଅବା ଦେଶସ୍ଥ ଲୋକମାନେ, ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।

3ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇ କହିଲା, “ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।”

4ସେହି ସମୟରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ଗତାୟାତ କରୁଥିଲେ; କାରଣ ସେମାନେ ତାଙ୍କୁ କାରାଗାରରେ ବନ୍ଦୀ କରି ନ ଥିଲେ।

5ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍‍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ।

6ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.