ଯିରିମୀୟ 37

ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Jeremiah 37:6 (UKJV) Then came the word of the LORD unto the prophet Jeremiah saying,

4ସେହି ସମୟରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ଗତାୟାତ କରୁଥିଲେ; କାରଣ ସେମାନେ ତାଙ୍କୁ କାରାଗାରରେ ବନ୍ଦୀ କରି ନ ଥିଲେ।

5ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍‍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ।

6ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

7ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।

8ପୁଣି, କଲ୍‍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.