ଯିରିମୀୟ 37

ପୁଣି, କଲ୍‍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।’

Jeremiah 37:8 (UKJV) And the Chaldeans shall come again, and fight against this city, and take it, and burn it with fire.

6ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

7ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।

8ପୁଣି, କଲ୍‍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।’

9ସଦାପ୍ରଭୁ ଏହି କଥା କହନ୍ତି; କଲ୍‍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ।

10ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.