7ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।
8ପୁଣି, କଲ୍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।’
9ସଦାପ୍ରଭୁ ଏହି କଥା କହନ୍ତି; କଲ୍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ।
10ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”
11କଲ୍ଦୀୟମାନଙ୍କର ସୈନ୍ୟ ଯେଉଁ ସମୟରେ ଫାରୋର ସୈନ୍ୟ ଭୟରେ ଯିରୂଶାଲମରୁ ଚାଲି ଯାଇଥିଲେ, ସେସମୟରେ ଏପରି ଘଟିଥିଲା ଯେ,