ଯିରିମୀୟ 38

ସେତେବେଳେ ରାଜା କୂଶୀୟ ଏବଦ୍‍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମୀୟ ଭବିଷ୍ୟଦ୍‍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ।”

Jeremiah 38:10 (UKJV) Then the king commanded Ebedmelech the Ethiopian, saying, Take from behind thirty men with you, and take up Jeremiah the prophet out of the dungeon, before he die.

8ଏବଦ୍‍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,

9“ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।”

10ସେତେବେଳେ ରାଜା କୂଶୀୟ ଏବଦ୍‍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମୀୟ ଭବିଷ୍ୟଦ୍‍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ।”

11ତହିଁରେ ଏବଦ୍‍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।

12ପୁଣି, କୂଶୀୟ ଏବଦ୍‍-ମେଲକ ଯିରିମୀୟଙ୍କୁ କହିଲା, “ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.