ଯିରିମୀୟ 38

ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”

Jeremiah 38:16 (UKJV) So Zedekiah the king swore secretly unto Jeremiah, saying, As the LORD lives, that made us this soul, I will not put you to death, neither will I give you into the hand of these men that seek your life.

14ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, “ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋʼ ଠାରୁ କିଛି ଗୋପନ କରିବ ନାହିଁ।”

15ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ।”

16ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”

17ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।

18ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.