ଯିରିମୀୟ 38

ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍‍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।”

Jeremiah 38:19 (UKJV) And Zedekiah the king said unto Jeremiah, I am afraid of the Jews that are fallen to the Chaldeans, lest they deliver me into their hand, and they mock me.

17ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।

18ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।”

19ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍‍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।”

20ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।

21ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.