20ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।
21ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:
22ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’
23ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”
24ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, “ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ।