23ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”
24ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, “ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ।
25ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯଦି ଅଧିପତିମାନେ ଶୁଣନ୍ତି ଓ ତୁମ୍ଭ ନିକଟକୁ ଆସି କହନ୍ତି, ‘ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ ନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’
26ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’”
27ଏଥିଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ। ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ।