26ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’”
27ଏଥିଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ। ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ।
28ତହିଁରେ ଯିରୂଶାଲମର ପରାଜୟ ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।